Creat A Revolution
ଭୁବନେଶ୍ୱର : ଆଜି ପୌର ନିର୍ବାଚନର ଫଳାଫଳ ପ୍ରକାଶ ପାଇବାକୁ ଯାଉଛି । ପଞ୍ଚାୟତ ନିର୍ବାଚନ ଭଳି ଏହି ନିର୍ବାଚନରେ ମଧ୍ୟ ବଡ଼ ପରାଜୟର ସମ୍ମୁଖୀନ ହେବାକୁ ଯାଉଥିବା ଜାଣିବା ପରେ ବିଜେପି ନେତାମାନେ ହତାଶ ହୋଇ ପଡ଼ିଛନ୍ତି ଏବଂ ନିଜ ମୁଣ୍ଡରୁ ପରାଜୟର ଦୋଷ ଖସାଇବାକୁ ବିଭିନ୍ନ ଆଳ ଖୋଜୁଥିବା କହିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି ।
ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ଯେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ବିଜେଡି ବିରୋଧରେ ଯେଉଁସବୁ କପୋଳକଳ୍ପିତ ଅଭିଯୋଗ ଆଣିଛନ୍ତି, ତାହା ହାସ୍ୟାସ୍ପଦ । କେବଳ ନିଜର ଅସ୍ତିତ୍ୱ ରକ୍ଷା ପାଇଁ ଏହା ଉଦ୍ଦିଷ୍ଟ ବୋଲି ରାଜ୍ୟବାସୀ ଭଲ ଭାବେ ଜାଣିଛନ୍ତି ।
Discover more from odia.bnslive.in
Subscribe to get the latest posts sent to your email.