ଭୁବନେଶ୍ବର -: ଆସନ୍ତାକାଲି ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କ ଖାତାକୁ ସିଧାସଳଖ କାଳିଆ ଟଙ୍କା ଯିବ ବୋଲି ଜଣାଯାଇଛି। ଏହାଦ୍ବାରା ୪୦ ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଲାଭ ପାଇବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କାଳିଆ ଟଙ୍କା ପଠାଇବେ ବୋଲି ସୂଚନା ମିଳିଛି।
ଉଲ୍ଲେଖଯୋଗ୍ୟ, କୃଷକଙ୍କ ଜୀବିକା ଓ ଆୟ ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା କାଳିଆ ଯୋଜନା ଅବଧିକୁ ଆଉ ତିନି ବର୍ଷ ପାଇଁ ବଢ଼ାଇ ଦିଆଯାଇଥିଲା। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଆରମ୍ଭ ହୋଇଥିବା କାଳିଆ ଯୋଜନାର ଅବଧି ୨୦୨୨ ମସିହା ମାର୍ଚ୍ଚ ୩୧ରେ ଶେଷ ହେଉଥିବା ବେଳେ ଏହାକୁ ତିନି ବର୍ଷ ବଢ଼ାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଆସନ୍ତା ତିନି ବର୍ଷ ପର୍ଯ୍ୟନ୍ତ ବର୍ଷକୁ ଦୁଇଟି ପର୍ଯ୍ୟାୟରେ ଚାଷୀଙ୍କୁ କାଳିଆ ସହାୟତା ମିଳିବ। ଅକ୍ଷୟ ତୃତୀୟା ଏବଂ ନୂଆଖାଇରେ ଚାଷୀଙ୍କ ଆକାଉଣ୍ଟକୁ ଦୁଇ ହଜାର ଟଙ୍କା ଲେଖାଏଁ ପଠାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା।
Discover more from odia.bnslive.in
Subscribe to get the latest posts sent to your email.
