ରାଜ୍ୟରେ ଉପରମୁହାଁ କରୋନା, ଖୋର୍ଦ୍ଧାରେ ୨୦୦ଟପିଲା କଟକରେ ୧୦୦

Creat A Revolution
           

ଭୁବନେଶ୍ବର -: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ପୁଣି ବଢ଼ିଛି। ଗତ ୧୧ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ଶୁକ୍ରବାର ଦିନ ୪୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୪୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୯୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୯ଟି ଜିଲ୍ଲାରୁ ୪୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୧୧ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୯ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୯୪ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୧, ମୟୂରଭଞ୍ଜରୁ ୭ ଜଣ, ନୟାଗଡ଼ ଜିଲ୍ଲାରୁ ୪ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୧୭ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ବଲପୁରରୁ ୯ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୨୪ ଜଣ ଓ ଷ୍ଟେଟପୁଲରୁ ୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୨, ୪୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୦, ୭୦୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୪୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।


Discover more from odia.bnslive.in

Subscribe to get the latest posts sent to your email.

Leave a Reply

error: Content is protected !!

Discover more from odia.bnslive.in

Subscribe now to keep reading and get access to the full archive.

Continue reading