ଓଡ଼ିଆ ଚଳଚ୍ଚିତ୍ରର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ଦୁନିଆରେ ନାହାନ୍ତି। ଦିଲ୍ଲୀରେ ଗୁରୁଗ୍ରାମ ମେଦାନ୍ତ ହସ୍ପିାଟଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ସେ ଲିଭର୍ ସିରୋସିସ୍ ରୋଗରେ ପୀଡ଼ିତ ଥିଲେ।ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ଓଡ଼ିଶା ଫିଲ୍ମ ଜଗତରେ ଶୋକର ଛାୟା ଖେଳି ଯାଇଛି।
ସେ ଓଡ଼ିଆ ସମେତ ବେଙ୍ଗଲି ଓ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ୧୯୭୭ରେ ସାଧୁ ମେହେରଙ୍କ ନିର୍ଦ୍ଦେଶି ଅଭିମାନ ଫିଲ୍ମ ଜରିଆରେ ଅଭିନୟ ଯୁଗରେ ପାଦ ଦେଇଥିଲେ। ଏହି ବିଶିଷ୍ଟ ଅଭିନେତା ୧୩୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ନିଜର ନିଖୁଣ ଓ କଳାତ୍ମକ ଅଭିନୟ ପାଇଁ ସେ ଅଲିଉଡ ନିଜର ସ୍ଵତନ୍ତ୍ର ସ୍ଥାନ ହାସଲ କରିବା ସହ ୧୯୮୦ ଦଶକରେ ସିନେମାରେ ରାଜ କରୁଥିଲେ। ସେ ଓଡ଼ିଆ ଫିଲ୍ମ ଜଗତକୁ ଉଦଣ୍ଡୀ ସୀତା, ଦଣ୍ଡା ବାଳୁଙ୍ଗା, ଜୋରଦାର ମୁଲକ ତାର, ଦେଖ ଖବର ରଖ ନଜର, ଲକ୍ଷ୍ମଣ ରେଖା, ସେଇ ଝିଅଟି, ପରଦେଶୀ ଚଢେଇ ଆଦି ସୁପର ହିଟ୍ ଫିଲ୍ମ ଦେଇଛନ୍ତି।
ସେ ୩୦ଟି ବଙ୍ଗାଳି ସିନେମା ସହିତ ଗୋଟିଏ ହିନ୍ଦୀ ସିନେମା ‘ନୟା ଜହର’ରେ ହିରୋ ଭୂମିକାରେ ଅଭିନୟ କରିଛନ୍ତି। ଏପିରିକି ଉତ୍ତମ ମହାନ୍ତିଙ୍କ ନିଖୁଣ ଅଭିନୟ ଲାଗି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ପରି ଅନେକ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ତେବେ ଉତ୍ତମଙ୍କ ଅଭିନୀତ ଦଣ୍ଡା ବାଳୁଙ୍ଗା ତାଙ୍କୁ ଘରେ ଘରେ ବେଶ୍ ପରିଚିତ କରିଥିଲା । ୧୯୮୭ ମସିହାରେ ଓଲିଉଡ୍ ରେ କ୍ୱିନ୍ ଅପରାଜିତଙ୍କୁ ବିବାହ କରିଥିଲେ । ୧୯୮୨ରୁ ୧୯୮୪ ଯାଏଁ ଲଗାତାର ତିନି ବର୍ଷ ଧରି ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଥିଲା।