ଯୁବ ସମାଜକୁ ମୁଖ୍ୟମନ୍ତ୍ରୀ ମୋହାନ ଚରଣ ମାଝୀଙ୍କ ବଡ଼ ଆହ୍ବାନ । ସିଭିଲ ଡିଫେନ୍ସ ସଙ୍ଗଠନରେ ସ୍ବେଚ୍ଛାସେବୀ ଭାବେ ଯୋଗଦେବାକୁ ଦେଲେ ଆହ୍ବାନ । Xରେ ପୋଷ୍ଟ କରି ଯୁବ ସମାଜକୁ ଏହି ଆହ୍ନାନ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦେଶର ସାଧାରଣ ଲୋକଙ୍କ ଧନ ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ବ । ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ ହେବା ଉଚିତ୍ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଜାତୀୟତା ମନୋଭାବ ନେଇ ଯୁବ ସମାଜ ଆସନ୍ତୁ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଇଚ୍ଛୁକ ସ୍ବେଚ୍ଛାସେବୀମାନେ ଜିଲା ସ୍ତରରେ ଜିଲାପାଳଙ୍କୁ ଆବେଦନ କରିପାରିବେ। ଜିଲାପାଳ ହେଉଛନ୍ତି ଜିଲା ବେସାମରିକ ସୁରକ୍ଷାର ନିୟନ୍ତ୍ରକ। ଏହି ସ୍ବେଚ୍ଛାସେବୀମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। ଆବଶ୍ୟକ ହେଲେ ସେବା ଓ ଜାତୀୟତାର ମନୋଭାବ ରଖି ସେମାନେ ଜନସାଧାରଣଙ୍କୁ ସେବା ଯୋଗାଇଦେବେ। ଆମ ରାଜ୍ୟର ୧୨ଟି ସ୍ଥାନରେ Civil Defence ସଙ୍ଗଠନ କାର୍ଯ୍ୟ କରୁଛି। ଆବଶ୍ୟକତା ଅନୁଯାୟୀ ଅନ୍ୟ ସ୍ଥାନଗୁଡ଼ିକରେ ନୂଆ ସଙ୍ଗଠନ ଗଢ଼ିବାକୁ ମୁଁ ନିର୍ଦ୍ଦେଶ ଦେଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୋର ଆଶା ଓ ବିଶ୍ବାସ, ସେବା ଓ ଜାତୀୟତାର ମନୋଭାବ ରଖି ଅନେକ ବ୍ୟକ୍ତି ବିଶେଷ, ବିଶେଷକରି ଯୁବ ବର୍ଗ, ଏଥିପାଇଁ ଆଗେଇ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।
