ଖଜୁରୀପଡା ସରସ୍ଵତୀ ଶିଶୁ ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା କାର୍ଯ୍ୟକ୍ରମ

Creat A Revolution
           

କନ୍ଧମାଳ -:(ମୃତ୍ୟୁଞ୍ଜୟ ଦିଗାଲ)କନ୍ଧମାଳ ଜିଲ୍ଲାର ଖଜୁରୀପଡ଼ା ସଦରମହକୁମା ସ୍ଥିତ ସରସ୍ବତୀ ଶିଶୁ ମନ୍ଦିରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସଭାପତି ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ତ୍ରିପାଠି ଓ ସମ୍ପାଦକ ଶ୍ରୀଯୁକ୍ତ ଅଶୋକ କୁମାର ସାହୁ ଯୋଗଦେଇ ଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପାର୍ଥସାରଥୀ ପ୍ରଧାନଙ୍କ ସମେତ ବିଦ୍ୟାଳୟର ବିଜ୍ଞାନ ପ୍ରମୁଖ ଶ୍ରୀମତୀ ସସ୍ମିତା ସାହୁ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏଥିରେ ବିଦ୍ୟାଳୟର ସମସ୍ତ ଗୁରୁଜୀ ଓ ଗୁରୁମା ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ସରକାରୀ ଉଚ୍ଚ ବିଦ୍ୟାଳୟ ଶିକ୍ଷକ ଶ୍ରୀଯୁକ୍ତ ଯୋତିନ୍ଦ୍ରନାଥ ମାଝୀ ବିଚାରକ ଭାବେ ମୂଲ୍ୟାଙ୍କନ କରିଥିଲେ । ବିଦ୍ୟାଳୟର ୪୫ ଜଣ କୁନି କୁନି ବୈଜ୍ଞାନିକ ଏଥିରେ ଅଂଶଗ୍ରହଣ କରିଥିଲେ । ଶେଷରେ ଜ୍ଞାନ ବିଜ୍ଞାନ ମେଳା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।


Discover more from odia.bnslive.in

Subscribe to get the latest posts sent to your email.

Leave a Reply

error: Content is protected !!

Discover more from odia.bnslive.in

Subscribe now to keep reading and get access to the full archive.

Continue reading