ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । କେରଳ ସମେତ କର୍ଣ୍ଣାଟକ, ତାମିଲନାଡୁ ଓ ମିଜୋରାମର କିଛି ଅଞ୍ଚଳକୁ ମଧ୍ୟ ଅଗ୍ରସର ହୋଇଛି ମୌସୁମୀ । ଚଳିତ ବର୍ଷ ୮ ଦିନ ପୂର୍ବରୁ ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳରେ ପ୍ରବେଶ କରିଛି ।
ଏଥର ମୌସୁମୀ ଶୀଘ୍ର କେରଳ ଛୁଇଁଥିବାରୁ ଆସନ୍ତା ସପ୍ତାହ ମଧ୍ୟରେ ଓଡ଼ିଶାରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହା ମଧ୍ୟରେ ଓଡ଼ିଶାରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି । ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ପବନ ହେବାକୁ ଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ । ଏଥିସହ ଆସନ୍ତା ୫ ଦିନ ଯାଏଁ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଉଛି ।
Discover more from odia.bnslive.in
Subscribe to get the latest posts sent to your email.