ପୁଣି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଦୁଇ ଦିନିଆ ଦିଲ୍ଲୀ ଗସ୍ତକୁ ନେଇ ବଢିଲା ଚର୍ଚ୍ଚା

Creat A Revolution
           

ଆଉ ୨ ଦିନ ପରେ ଉପରାଷ୍ଟ୍ରପତି ନିର୍ବାଚନ । ଏହାକୁ ନେଇ ଦିଲ୍ଲୀ ରାଜନୀତି ହଲଚଲ ହେବାରେ ଲାଗିଛି । ଏହାରି ଭିତରେ ଆଜି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦିଲ୍ଲୀ ଯାଇଥିବା ବେଳେ ପୁଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଯାଉଛନ୍ତି । ଆସନ୍ତାକାଲି ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇ ଦିନିଆ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ଦିଲ୍ଲୀରେ ସାଂସଦ ମାନଙ୍କ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ନେଇ ସୂଚନା ରହିଛି। ଦଳର ସମସ୍ତ ସାଂସଦଙ୍କ ସହ ରାଜ୍ୟ ସଭାପତି ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି। ଏହା ସହ ସାଂଗଠନିକ ଚର୍ଚ୍ଚା ବି ହୋଇପାରେ। ମନ୍ତ୍ରୀ ମଣ୍ଡଳ ସଂପ୍ରସାରଣ ସହ ବୋର୍ଡ ନିଗମରେ ନିଯୁକ୍ତି ନେଇ ଚର୍ଚ୍ଚା ଚାଲିଥିବାରୁ ଏହି ଗସ୍ତ ବି ବେଶ ଗୁରୁତ୍ଵ ରଖୁଛି। ଦୁଇ ଦିନ ପୂର୍ବରୁ ୪ ଦିନିଆ ଦିଲ୍ଲୀ ଗସ୍ତ କରି ଫେରିଥିଲେ ମୁଖ୍ୟମନ୍ତ୍ରୀ। ଅନ୍ୟପଟେ ଆଜି ଦିଲ୍ଲୀ ଯାଇଛନ୍ତି ମନମୋହନ । ଦିଲ୍ଲୀ ଗସ୍ତରେ ଯାଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।

ଦିନକ ପୂର୍ବରୁ ଦିଲ୍ଲୀ ଗସ୍ତରୁ ଫେରିଥିଲେ ମନମୋହନ। ପୂର୍ବ ଗସ୍ତରେ ବିଜେପି କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା କରିଥିଲେ । ପୁଣି ଥରେ ଦିଲ୍ଲୀ ଯିବା ପରେ ବଢିଛି ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା । ମୁଖ୍ୟମନ୍ତ୍ରୀ ମୋହନ ମାଝି ମଧ୍ୟ ଦିଲ୍ଲୀ ଗସ୍ତ କରିବେ । ସୂଚନା ଅନୁଯାୟୀ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଓ ଦଳୀୟ ସଭାପତି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ଦଳର ସମସ୍ତ ସାଂସଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ସେପ୍ଟେମ୍ବର ୧୨ରେ ମୋହନ ସରକାରକୁ ୧୫ ମାସ ପୁରିବ ।  କିନ୍ତୁ ଏପର୍ଯ୍ୟନ୍ତ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହୋଇପାରିନାହିଁ । ତେଣୁ କେବେ ବଦଳିବ ମନ୍ତ୍ରିମଣ୍ଡଳର ରୂପରେଖ ତା ଉପରେ ସମସ୍ତଙ୍କ ନଜର ରହିଛି । ସେପଟେ ଦିଲ୍ଲୀ ଯାଇଛନ୍ତି ନବୀନ ପଟ୍ଟନାୟକ ।  ଆଜିଠୁ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି ବିରୋଧୀ ଦଳ ନେତା ।

୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାବେଳେ ନବୀନଙ୍କ ଦିଲ୍ଲୀ ଗସ୍ତ ନେଇ ଚର୍ଚ୍ଚା ବଢିଛି  । ସେପଟେ ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀରୁ ସୁସ୍ଥ ପରେ ଗତକାଲି ପ୍ରଥମ ବୈଠକ କରିଛନ୍ତି ନବୀନ ।  ନବୀନ ନିବାସରେ ବସିଥିଲା ବିଜେଡି ରାଜନୈତିକ ବ୍ୟାପାର କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ ।  ନବୀନ ଦଳକୁ ପରିଚାଳନା କରିବା, ଦଳର ରଣନୀତିକୁ ଦିଗ ଦେବା ଓ ନୀତି ନିର୍ଦ୍ଧାରଣ କରିବା ନେଇ ଏହି ବୈଠକରୁ ବଡ଼ ବାର୍ତ୍ତା ଦେଇଛନ୍ତି ।  ଦଳର ଯୁବ, ଛାତ୍ର ଓ ମହିଳା ସଂଗଠନକୁ ଆହୁରି କିପରି ସୁଦୃଢ କରାଯିବ ଏବଂ ତୃଣମୂଳ ସ୍ତରରେ ଦଳକୁ ମଜବୁତ କରିବା ପାଇଁ ପିଏସି ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଏହା ସହ ଆଗାମୀ ବିଧାନସଭା ମୌସୁମୀ ଅଧିବେଶନରେ ଉଠିବାକୁ ଥିବା ପ୍ରସଙ୍ଗ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଛି । ରାଜ୍ୟରେ ଦଳିତ, ଆଦିବାସୀ, ମହିଳାଙ୍କ ବିରୋଧରେ ଅତ୍ୟାଚାର ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବିଭ୍ରାଟକୁ ନେଇ ଆସନ୍ତା ବିଧାନସଭା ଅଧିବେଶନରେ ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ  । ଉପ ରାଷ୍ଟ୍ରପତି ନିର୍ବାଚନରେ ବିଜେଡ଼ିର ଆଭିମୁଖ୍ୟ ନେଇ ଚୂଡାନ୍ତ ନିଷ୍ପତ୍ତି ନେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।


Discover more from odia.bnslive.in

Subscribe to get the latest posts sent to your email.

Leave a Reply

error: Content is protected !!

Discover more from odia.bnslive.in

Subscribe now to keep reading and get access to the full archive.

Continue reading