ପାଟଣାଗଡ଼ -:
ମୃତକ ହେଉଛନ୍ତି ଲୋଇସିଂହା ଥାନା ଆମପାଲି ଗାଁର ଘିବଲୁ ବାଗ। ସୂଚନା ଅନୁସାରେ ଆମପାଳି ଗାଁରୁ ବେଲପଡ଼ ଥାନା ଅନ୍ତର୍ଗତ ମଣ୍ଡଳ ଗାଁକୁ ବରଯାତ୍ରୀ ଦଳ ଆସିଥିଲେ। ବାଣ ଫୁଟାଇ ବାଜା ବଜାଇ ବର ଶୋଭାଯାତ୍ରା ଆରମ୍ଭ ହୋଇଥିଲା । ଆଗରେ ଲୋକ ନାଚି ନାଚି ଯାଉଥିଲେ, ପଛରେ ଥିବା ବର ଗାଡ଼ିରେ ବସିଯାଉଥିଲେ। ନବବଧୂଙ୍କ ଭାଇ ଗୁରୁତର l ରାତି ସାଢେ ୧୧ଟାରେ ହଠାତ୍ ବର ବସିଥିବା କାର୍ ଆଗରେ ଥିବା ବରଯାତ୍ରୀ ଦଳ ଉପରକୁ ମାଡ଼ିଯାଇଥିଲା। ଗାଡ଼ି ଚାପାରେ ବରର ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ନବବଧୂଙ୍କ ଭାଇ ଗୁରୁତର ଆହତ ହୋଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଏଭଳି ଅଘଟଣ ପରେ ବି ଉଭୟ ପକ୍ଷର ସହମତିରେ ବରକନ୍ୟାଙ୍କ ବାହାଘର ସୁଚାରୁ ରୂପେ ସଂପନ୍ନ ହୋଇଥିଲା। ଗାଁରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଛି।
