ଭୁବନେଶ୍ବର -: ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ହେଉଛି ଘୁର୍ଣ୍ଣିବଳୟ। ଏହାର ପ୍ରଭାବରେ ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେଇପାରେ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ବାତ୍ୟାର ଗତିପଥ ନେଇ ଏଯାଏଁ କୌଣସି ସ୍ପଷ୍ଟ ସୂଚନା ନାହିଁ।
ସୂଚନାଯୋଗ୍ୟ, ବୁଧବାର ସକାଳେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୬ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାକି ପରବର୍ତୀ ସମୟରେ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହି ଅବପାତ ବାତ୍ୟା ରୂପ ନେବ କି ନାହିଁ ସେନେଇ ପାଣିପାଗ କେନ୍ଦ୍ର ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ଚିତ୍ର ଦେଇ ନାହିଁ। ବରଂ ଲଘୁଚାପ ସୃଷ୍ଟି ହେବା ପରେ ଏହା କେଉଁ ଆଡ଼େ ଗତି କରିବ ସେନେଇ କହିହେବ ବୋଲି ପାଣିପାଗ କେନ୍ଦ୍ର ନିର୍ଦେଶକ ଏଚ୍ ଆର ବିଶ୍ବାସ କହିଛନ୍ତି।
Discover more from odia.bnslive.in
Subscribe to get the latest posts sent to your email.
