ଆଜିର ସୁନା ଓ ରୁପାର ଦର କେତେ ରହିଛି ଜାଣିନିଅନ୍ତୁ …

Creat A Revolution
           

ପ୍ରତ୍ୟେକ ଦିନ ସୁନା ଓ ରୁପା ଦରରେ ପରିବର୍ତ୍ତନ ହୋଇଥାଏ। ତେଣୁ ଆଜି ମଧ୍ୟ ଭାରତୀୟ ବଜାରରେ ସୁନା ମୂଲ୍ୟ ପରିବର୍ତ୍ତନ ହୋଇଛି। ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭ ହଜାର ୮୭୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨ ହଜାର ୧୭୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ ଏବଂ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭ ହଜାର ୯୦୦ ଟଙ୍କା ଓ ୫୨ ହଜାର ୨୫୦ ଟଙ୍କା ରହିଛି। ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଏବଂ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୪୭ ହଜାର ୯୦୦ ଟଙ୍କା ଓ ୫୨ ହଜାର ୨୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭ ହଜାର ୯୦୦ ଟଙ୍କା ଓ ୫୨ ହଜାର ୨୫୦ ଟଙ୍କା ରହିଛି।

ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭ ହଜାର ୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨ ହଜାର ୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭ ହଜାର ୯୦୦ ଟଙ୍କା ଓ ୫୨ ହଜାର ୨୫୦ ଟଙ୍କା ରହିଛି। ଆଜି ରୁପା ମୂଲ୍ୟ ବଢ଼ିଛି। ରୁପା ଦର କିଲୋଗ୍ରାମ ପ୍ରତି ୬୨ ହଜାର ଟଙ୍କା ଥିବା ନେଇ ରେକର୍ଡ ହୋଇଛି।


Discover more from odia.bnslive.in

Subscribe to get the latest posts sent to your email.

Leave a Reply

error: Content is protected !!

Discover more from odia.bnslive.in

Subscribe now to keep reading and get access to the full archive.

Continue reading