ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

Creat A Revolution

ଭୁବନେଶ୍ୱର -:

 ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏବେ ସାମାନ୍ୟ ଆଶ୍ବସ୍ତି ନେଇ ଆସୁଛି ବର୍ଷା। ଆଗାମୀ ୩ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

ଓଡ଼ିଶାର ୧୨ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ପଶ୍ଚିମ ଓଡ଼ିଶାର ୨ ଜିଲ୍ଲାରେ କିନ୍ତୁ ପ୍ରବଳ ଗୀଷ୍ମ ପ୍ରବାହ ଜାରି ରହିବ। ରାଜ୍ୟର ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ଅଞ୍ଚଳରେ କାଳବୈଶାଖୀ ଯୋଗୁ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ସମୟରେ ଖୋଲା ସ୍ଥାନକୁ ବାହାରିବାକୁ ବାରଣ କରିଛି ପାଣିପାଗ ବିଭାଗ।


Discover more from odia.bnslive.in

Subscribe to get the latest posts sent to your email.

Leave a Reply

error: Content is protected !!