
ଭୁବନେଶ୍ୱର -:

ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୭ ତାରିଖ, ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ଏବଂ ଉତ୍ତର ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନ କିମ୍ବା ସନ୍ଧ୍ୟା ଆଡ଼କୁ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମ ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହୋଇପାରେ।
Discover more from odia.bnslive.in
Subscribe to get the latest posts sent to your email.