କମିଲା ସୁନା ଦର, ଆସନ୍ତୁ ଜାଣିବା ଆଜିର ବଜାର ଦର କେତେ ରହିଛି

Creat A Revolution
           

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୫୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦,୮୫୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬,୮୫୦ ଟଙ୍କା ଓ ୫୧,୧୧୦ ଟଙ୍କା ହୋଇଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୮୫୦ ଟଙ୍କା ଓ ୫୧,୧୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୮୫୦ ଟଙ୍କା ଓ ୫୧,୧୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୮୫୦ ଟଙ୍କା ଓ ୫୧,୧୧୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ କିନ୍ତୁ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୦୦ ଟଙ୍କା ବଢ଼ି ୫୭,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।


Discover more from odia.bnslive.in

Subscribe to get the latest posts sent to your email.

Leave a Reply

error: Content is protected !!

Discover more from odia.bnslive.in

Subscribe now to keep reading and get access to the full archive.

Continue reading