ବିନ୍ଧାଣିମା ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଓ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ …

Creat A Revolution

ତିଗିରିଆ -: ତିଗିରିଆ ବ୍ଲକ ଅନ୍ତର୍ଗତ ବିନ୍ଧାଣିମା ପଞ୍ଚାୟତ ସ୍ଥିତ ବିନ୍ଧାଣିମା ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଭାଗ୍ୟ ଲକ୍ଷ୍ମୀ ସିଂହ ସାମନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତର ସରପଞ୍ଚ ସୁଜାତା ଜେନା ଯୋଗଦେଇ କ୍ରୀଡା ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଆଜି ନେତାଜୀ ଜୟନ୍ତୀ ଅବସରରେ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀର ଛାତ୍ରୀ ଙ୍କୁ ସରପଞ୍ଚ ଶ୍ରୀମତୀ ଜେନା ନୂତନ ପୋଷାକ ବଣ୍ଟନ କରିଥିଲେ।

ଆଜିର ଉଦଯାପନୀ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସମିତି ସଭ୍ୟା ସୋନାଲି ଶେଠ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରଭାକର ରାଉତ,ସୁେଶ କୁମାର ଦଳେଇ, ବୈକୁଣ୍ଠ ରାଉତ ପ୍ରମୁଖ ଯୋଗଦେଇ ଛାତ୍ରୀ ମାନଙ୍କୁ କ୍ରୀଡ଼ାର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିବା ସହ ପ୍ରତିଯୋଗିତାର କୃତି ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।ଆଜିର ଏହି କାର୍ଯ୍ୟକ୍ରମ କୁ ବିଦ୍ୟାଳୟ ର କ୍ରୀଡା ଶିକ୍ଷୟିତ୍ରୀ ଲହରୀବାଳା ପଟ୍ଟନାୟକ ସଂଯୋଜନା କରିଥିବା ବେଳେ ଅନ୍ୟ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।ଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


Discover more from odia.bnslive.in

Subscribe to get the latest posts sent to your email.

Leave a Reply

error: Content is protected !!